...

5 views

ଓଡ଼ିଶା ମୋ ଜନ୍ମଭୂମି ଜଗନ୍ନାଥ ମୋ ଧର୍ମ
ଓଡ଼ିଶା ( About this soundଓଡ଼ିଶା (help·info)) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶା ( About this soundଓଡ଼ିଶା (help·info)) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି । ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।ନାମକରଣ ସମ୍ପାଦନ କରନ୍ତୁ
ଓଡ଼ିଶା ଶବ୍ଦଟି ମୂଳ ଶବ୍ଦ ଓର/ଉର ବା ଓଡ୍ର, ଉଡ୍ର ଦେଶରୁ, ସୁମେରୀୟ, ଓଡ୍ର ବିଷୟ ଆଦି ପୁରାତନ ନାମରୁ ଆସିଅଛି । ଏହାର ପ୍ରମାଣ ଆକାରରେ ସବୁଠାରୁ ପୁରାତନ ଲେଖ 'ଉତ୍ତର ତୋଷାଳି' ଅନ୍ତର୍ଗତ ଓଡ଼ିଶାର ବାଲେଶ୍ୱର ଜିଲ୍ଲାର ସୋରଠାରୁ ମିଳିଥିବା ତମ୍ବାପଟାରେ ଓଡ୍ର ବିଷୟର ସୂଚନା ମିଳିଛି ।[୨] ପାଳି ଓ ସଂସ୍କୃତ ସାହିତ୍ୟରେ ଓଡ଼ିଆ ଲୋକଙ୍କୁ ଯଥାକ୍ରମେ 'ଓଡ଼କ' ଓ 'ଓଡ୍ର' ନାମରେ ନାମିତ କରାଯାଇଛି । ପୁରାତନ ଲେଖକ ଓ ଗବେଷକ ପ୍ଲିନି ଦି ଏଲ୍ଡର ଓ ଟଲେମି ଓଡ୍ର ଜଣଙ୍କୁ 'ଓରେଟସ' ବୋଲି ନାମିତ କରିଛନ୍ତି ।

ନାମ ବଦଳ ସମ୍ପାଦନ କରନ୍ତୁ
ଇଂରାଜୀ ଓ ହିନ୍ଦୀରେ "ଓଡ଼ିଶା" ଓ "ଓଡ଼ିଆ"କୁ Orissa ଓ Oriya ତଥା उड़ीसा ଓ उड़ीआ ଭାବେ ସମ୍ବିଧାନରେ ତଥା ସାଧାରଣରେ ବ୍ୟବହାର କରାଯାଉଥିଲା । ୨୦୦୮ ମସିହା ଜୁନ ୯ରେ ପ୍ରଥମେ ରାଜ୍ୟ କ୍ୟାବିନେଟରେ ଓଡ଼ିଶା ଓ ଓଡ଼ିଆକୁ ଇଂରାଜୀରେ Orissa ଓ Oriya ବଦଳରେ Odisha ଓ Odia ତଥା ହିନ୍ଦୀରେ उड़ीसा ଓ उड़ीआ ବଦଳରେ ओड़िशा ଓ ओड़ीआ ଲେଖିବା ପାଇଁ ପ୍ରସ୍ତାବ ଆଗତ କରଯାଇଥିଲା । ୨୦୦୮ ଅଗଷ୍ଟରେ ରାଜ୍ୟ ବିଧାନ ସଭାରେ ଏହି ପ୍ରସ୍ତାବ ଆସିଥିଲା ଓ ବହୁମତରେ ଏହାକୁ ଗ୍ରହଣ କରାଯାଇଥିଲା । ପରେ ନୂଆ ଲୋକ ସଭା ଗଠନ ପରେ ଏହାକୁ ବିଧାନ ସଭାରେ ଆଉଥରେ ଆଗତ କରଯାଇଥିଲା । ଏହି ସଂଶୋଧିତ ପ୍ରସ୍ତାବକୁ ୨୦୧୦ ବଜେଟ ଅଧିବେଶନରେ ଲୋକ ସଭାରେ ଆଗତ କରଯାଇଥିଲା । ୨୦୧୦ ଶୀତକାଳୀନ ଅଧିବେଶନରେ ପ୍ରଥମ ଦିନ (ଅକ୍ଟୋବର ୯, ୨୦୧୦)ରେ ସ୍ୱରାଷ୍ଟ୍ର ମନ୍ତ୍ରୀ ପି. ଚିଦମ୍ବରମ ଏହାକୁ ଲୋକ ସଭାରେ ଆଗତ କରିଥିଲେ । ପରେ ଏହା ରାଷ୍ଟ୍ରପତିଙ୍କ ଅନୁମୋଦନ ପାଇଁ ପଠାଯାଇଥିଲା ଯାହା ୨୦୧୧ମସିହା ୪ ନଭେମ୍ବରରେ ରାଷ୍ଟ୍ରପତିଙ୍କ ଅନୁମୋଦନ ଲାଭ କରି ଓଡ଼ିଶା (ନାମ ପରିବର୍ତ୍ତନ) ଅଧିନିୟମ, ୨୦୧୧ ନାମରେ କାର୍ଯ୍ୟକାରୀ ହୋଇଛି ।[୩][୪][୫][୬][୭][୮][୯]

ସଂକ୍ଷେପରେ ସମ୍ପାଦନ କରନ୍ତୁ
ବୈଦିକ ଓଡ଼ିଶା - କୃଷ୍ଣ ଯଜୁର୍ବେଦ ବୌଧାୟନ କଳ୍ପସୂତ୍ର କହେ (ଖ୍ରୀ.ପୂ. ଷଷ୍ଠ ଶତାବ୍ଦୀ), ବୈଦିକ ସଭ୍ୟତା ବାହାରେ କଳିଙ୍ଗ ଥିଲା ଭିନ୍ନ ଏକ ସଭ୍ୟତା (ନା ଆର୍ଯ୍ୟ ନା ଦ୍ରାବିଡ଼)
ପୌରାଣିକ ଓଡ଼ିଶା - ମହାଭାରତ କହେ, କଳିଙ୍ଗ କୌରବଙ୍କ ପକ୍ଷରୁ ଯୁଦ୍ଧ ଲଢ଼ିଥିଲା ।
କିମ୍ବଦନ୍ତୀରେ ଓଡ଼ିଶା - ଓଡ଼ିଶାରେ ପ୍ରଚଳିତ ଲୋକକଥା ଅନୁସାରେ ଏଠି କଳା ଓ ବାଣିଜ୍ୟର ସଂସ୍କୃତି ପ୍ରଭାବ ବିସ୍ତାର କରିଥିଲା । ସିଂହଳ(ଶ୍ରୀଲଙ୍କା), ଜାଭା, ସୁମାତେରା, ବାଲି, ବ୍ରହ୍ମଦେଶ(ମିଆଁମାର), ସାମ(ଥାଇଲାଣ୍ଡ), କାମ୍ବୋଡ଼ିଆ, ଅନାମ(ଭିଏତନାମ), ଚୀନ, ଜବନ(ଜାପାନ), କୁକୁଟ(କୋରିଆ), ମକ୍କସିଖ(ମେକ୍ସିକୋ), ମିସର(ଇଜିପ୍ଟ), ସିମିଳି(ଆରବ), ବାବିଲନ(ଇରାକ) ପ୍ରଭୃତି ସ୍ଥାନରେ କଳିଙ୍ଗର ନିର୍ମାଣ-କଳା ଓ ବାଣିଜ୍ୟ-ସଂସ୍କୃତି-ଇତିହାସର ଚିହ୍ନ ଏବେ ବି ଦେଖିବାକୁ ମିଳେ । ସମ୍ଭବତଃ ଲୋକତନ୍ତ୍ର ପ୍ରଚଳିତ ଥିଲା ।
ଖ୍ରୀ.ପୂ. ୩୬୦-୨୬୦ - ନନ୍ଦ-ସାମ୍ରାଜ୍ୟରେ ଓଡ଼ିଶାର ଏକ ବଡ଼ ଭାଗ ଅନ୍ତର୍ଭୁକ୍ତ ।
ଖ୍ରୀ.ପୂ. ୨୬୧ - ପୃଥିବୀ ବିଖ୍ୟାତ କଳିଙ୍ଗ ଯୁଦ୍ଧ
ଖ୍ରୀ.ପୂ. ୧ମ ଶତାବ୍ଦୀ - ଚେଦୀ ରାଜବଂଶର ସମ୍ରାଟ ମହାମେଘବାହାନ ଐର ଖାରବେଳଙ୍କ ରାଜତ୍ୱ, କଳିଙ୍ଗର ପରିସୀମା ଆଗଙ୍ଗା-କାବେରୀ, ତଥା ପଶ୍ଚିମ ଓ ମଧ୍ୟ ଭାରତକୁ ବିସ୍ତାରିତ । ଜୈନ ଧର୍ମର ପ୍ରସାର ।
୩ୟ-ଷଷ୍ଠ ଶତାବ୍ଦୀ - ଗୁପ୍ତ-ରାଜବଂଶ, ହର୍ଷବର୍ଦ୍ଧନ, ଦ୍ୱିତୀୟ ପୁଲକେଶୀ, ମାଠର, ଭୌମକର ଇତ୍ୟାଦି ବିଭିନ୍ନ ରାଜାଙ୍କ ଶାସନାଧୀନ
୭୯୫ ଖ୍ରୀ. - କେଶରୀ ରାଜବଂଶ । ଯଯାତି କେଶରୀ କଳିଙ୍ଗ, କୋଶଳ ଓ ଉତ୍କଳକୁ ଏକତ୍ର କଲେ । ଯାଜପୁରରେ ରାଜଧାନୀ ସ୍ଥାପନ ।
୧୦୭୮-୧୪୩୪ ଖ୍ରୀ. - ଗଙ୍ଗ ରାଜବଂଶ । ଅନନ୍ତବର୍ମା ଚୋଳଗଙ୍ଗ ଦେବଙ୍କ ରାଜତ୍ୱ ପ୍ରାରମ୍ଭ ।
୧୦୭୮-୧୧୫୦ ଖ୍ରୀ. - ଚୋଳଗଙ୍ଗ ଦେବଙ୍କ ରାଜୁତି । ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ନବୀକରଣ ପ୍ରାରମ୍ଭ । କଟକ ହେଲା ନୂଆ ରାଜଧାନୀ (ପ୍ରାୟ ୧୧୭୦ ଖ୍ରୀ.) ।
୧୧୭୦-୧୧୯୮ ଖ୍ରୀ. - ଦ୍ୱିତୀୟ ଅନଙ୍ଗଭୀମଦେବ । ଜଗନ୍ନାଥ ମନ୍ଦିରର ନିର୍ମାଣ କାର୍ଯ୍ୟ ସମାପ୍ତ ।
୧୨୨୯ ଖ୍ରୀ. - ତୃତୀୟ ଅନଙ୍ଗଭୀମଦେବଙ୍କଦ୍ୱାରା ବାରବାଟି ଦୁର୍ଗ ନିର୍ମିତ ।
୧୨୩୮-୧୨୬୪ ଖ୍ରୀ. - ଲାଙ୍ଗୁଳା ନରସିଂହଦେବ । କୋଣାର୍କ ସୂର୍ଯ୍ୟ-ମନ୍ଦିର ନିର୍ମିତ ।
୧୪୩୫-୧୫୪୧ ଖ୍ରୀ. - ଗଜପତି ରାଜବଂଶ । ଆଗଙ୍ଗା-ଗୋଦାବରୀ ସାମ୍ରାଜ୍ୟ ।
୧୪୩୫-୧୪୬୬ ଖ୍ରୀ. - (ନବକୋଟି କର୍ଣ୍ଣାଟ ଉତ୍କଳ ବର୍ଗେଶ୍ୱର) କପିଳେନ୍ଦ୍ରଦେବ ।
୧୪୯୭-୧୫୪୧ ଖ୍ରୀ. - ରାଜା ପୁରୁଷୋତ୍ତମଦେବ ଓ ତାଙ୍କପରେ ପ୍ରତାପରୂଦ୍ରଦେବ ।
୧୫୬୮ ଖ୍ରୀ. - ଓଡ଼ିଶାର ଶେଷ ସ୍ୱାଧୀନ ହିନ୍ଦୁ ଶାସକ ମୁକୁନ୍ଦଦେବ ପରାସ୍ତ । ବଙ୍ଗର ମୁସଲିମ ଶାସକ ସୁଲେମାନ କରାଣୀ ତଥା ତାଙ୍କ ସେନାପତି 'କଳାପାହାଡ଼'ଦ୍ୱାରା ଓଡ଼ିଶା ଅଧିକୃତ ।
୧୫୭୬ ଖ୍ରୀ. - ମୋଗଲମାନଙ୍କର ଓଡ଼ିଶା ଅଧିକାର ।
୧୭୫୧ ଖ୍ରୀ. - ମରହଟ୍ଟାମାନଙ୍କର ଓଡ଼ିଶା ଅଧିକାର ।
୧୮୦୩ ଖ୍ରୀ. - ବ୍ରିଟିଶମାନଙ୍କର ଓଡ଼ିଶା ଅଧିକାର(ଏହା ବ୍ରିଟିଶ ଅଧିକୃତ ଶେଷ ଭାରତୀୟ ରାଜ୍ୟ) ।
୧୯୧୨ ଖ୍ରୀ. - ବିହାର-ଓଡ଼ିଶା ବଙ୍ଗରୁ ଅଲଗା ପ୍ରାନ୍ତ ଭାବେ ଗଠିତ ।
୧୯୩୬ ଖ୍ରୀ. - ସ୍ୱତନ୍ତ୍ର ଓଡ଼ିଶା ପ୍ରାନ୍ତ ଗଠିତ । ଭାଷା ଭିତ୍ତିରେ ଗଠିତ ପ୍ରଥମ ଭାରତୀୟ ରାଜ୍ୟ ।
୧୯୪୮ ଖ୍ରୀ. - ଭୁବନେଶ୍ୱର ନୂତନ ରାଜଧାନୀ (ଅପ୍ରେଲ ୧୩) ।
୧୯୫୦ ଖ୍ରୀ. - ସ୍ୱାଧୀନ ଭାରତରେ ଏକ ରାଜ୍ୟ ଭାବେ ଓଡ଼ିଶା ମାନ୍ୟତା-ପ୍ରାପ୍ତ ।
୭ ମ ଶତାବ୍ଦୀ ସମ୍ପାଦନ କରନ୍ତୁ
୭ ମ ଶତାବ୍ଦୀ କାଳରେ ଓଡ଼ିଶାର ନିଜର ଶାସକମାନେ ସ୍ୱାଧୀନ ଥିଲେ । ସେତେବେଳେ ଗଙ୍ଗ ବଂଶର ରାଜାମାନେ ଓଡ଼ିଶାରେ ଶାସନ କରୁଥିଲେ, ୭୯୫ ଖ୍ରୀଷ୍ଟାବ୍ଦରେ ୨ୟ ଯଯାତି (ମହାସିବ ଗୁପ୍ତ) ସିଂହାସନ ଆରୋହଣ କରିଥିଲେ । ଓଡ଼ିଶା ଇତିହାସରେ ଏହାକୁ ସୁବର୍ଣ୍ଣ ଯୁଗ ବୋଲି କୁହାଯାଇଥାଏ । ସେ ସମ୍ରାଟ ଖାରବେଳଦେଇ ଅନୁପ୍ରାଣିତ ହୋଇ କଳିଙ୍ଗ, କାରଗୋଡ଼ା, ଉତ୍କଳ ଓ କୋଶଳ ଏହି ଚାରିଗୋଟି ଭୂଖଣ୍ଡକୁ ମିଶାଇ ବିଶାଳ ସାମ୍ରାଜ୍ୟ ଗଠନ କରିଥିଲେ । ଓଡ଼ିଶାରେ ଏହି ରାଜବଂଶର ଶାସନ ଖ୍ରୀ. ୩୫୦ରୁ ଆରମ୍ଭ କରି ସୋମ ବଂଶର ଶେଷ ପର୍ଯ୍ୟନ୍ତ ଥିଲା । ଏହି ରାଜ୍ୟକୁ ନେଇ ଗଠିତ ବିଶାଳ ଓଡ଼ିଶାରେ ଅନେକ ଜାତି ଓ ଉପଜାତିରେ ବିଭାଜିତ ହୋଇଥିବାରୁ ଏକ ବିଶେଷ ବଣିକ ଜାତି ଜନ୍ମ ହେଲା ଓ ସେମାନେ ସାଧବ ଭାବରେ ପରିଚିତ ହେଲେ । ଏପରିକି ପ୍ରଥମ ଜନ୍ମଜୟ ମହାଭବ ଗୁପ୍ତ ଗୁପ୍ତ (ଖ୍ରୀ. ୮୮୨-୯୨୨)ଙ୍କ ସୋନପୁର ଅଞ୍ଚଳରେ ପ୍ରଚୁର ବଣିକ ସଙ୍ଘ ଥିବାର ପ୍ରମାଣ ମିଳିଥାଏ । କିନ୍ତୁ ୮ ଶତାବ୍ଦୀରେ ପ୍ରଚୁର ସମ୍ବଳ ଯୋଗୁଁ ଏହି ବାହାର ବାଣିଜ୍ୟ ଲୋପ ପାଇଗଲା ।

ବୈଶ୍ୟ, ଶୂଦ୍ର ଜାତିର ଲୋକମାନେ ରାଜ୍ୟର ଅନ୍ତ-ବାଣିଜ୍ୟରେ ମୁଖ୍ୟ ଭୂମିକା ଗ୍ରହଣ କରୁଥିଲେ । ସେମାନେ ଚାଷୀମାନଙ୍କ ଠାରୁ କୃଷିଜାତ ସାମଗ୍ରୀ ଆଣି ପେସାଗତ ବେପାରୀଙ୍କୁ କୃଷିଜାତ ଓ ଶିଳ୍ପଜାତ ଦ୍ରବ୍ୟ ଯୋଗାଇବାରେ ସାହାଯ୍ୟ କରୁଥିଲେ । ଏହି କିଣା-ବିକାର ମୁଖ୍ୟ ମାଧ୍ୟମ ଥିଲା ସୁନା, ରୂପା, ମୁଦ୍ରା ଓ କଉଡ଼ି । ଏହି ସମୟରେ ବଙ୍ଗୋପସାଗର କୂଳରେ ଚରିତ୍ରପୁର ନାମକ ବନ୍ଦର ଖୁବ ପ୍ରସିଦ୍ଧି ଲାଭ କରିଥିଲ । ଏହି ବନ୍ଦରଟି ଦେଇ ଚୀନ, ଶ୍ରୀଲଙ୍କା, ଜାଭା ଆଦି ସହ କଳିଙ୍ଗର ବେପାର ବଣିଜ ଚାଲୁଥିଲା । ଓଡ଼ିଶାରେ ଗଙ୍ଗବଂଶ ୧୪୩୪ ଯାଏଁ ଥିଲା । ତାହା ପରେ କପିଳେନ୍ଦ୍ରଦେବ, ପ୍ରତାପରୁଦ୍ରଦେବ, ଗୋବିନ୍ଦ ବିଦ୍ୟାଧର, ମୁକୁନ୍ଦ ହରିଚନ୍ଦନ ଓଡ଼ିଶାର ଶାସକ ଥିଲେ ।

ଆଫଗାନ ଓ ମୋଗଲ ଶାସନ ସମ୍ପାଦନ କରନ୍ତୁ
ପରେ ଓଡ଼ିଶା ଆଫଗାନମାନଙ୍କ ହାତକୁ ଆସିଲା ଓ ୧୫୬୮ରେ ଓଡ଼ିଶା ମୋଗଲମାନଙ୍କ ଶାସନାଧୀନ ହେଲା । ଏହି ସମୟରେ ୧୭୫୫ ଖ୍ରୀ. ବେଳକୁ ଓଡ଼ିଶାରେ ଅତ୍ୟାଚାର, ଲୁଣ୍ଠନ, ଅରାଜକତା ଆଦି ବହୁ ମାତ୍ରାରେ ବ୍ୟାପୀ ଯାଇଥିଲା । ୧୮୦୩ରେ ଇଂରେଜମାନେ ଓଡ଼ିଶା ଅଧିକାର କଲେ । ୧୯୧୭ ଖ୍ରୀ.ରେ ପାଇକମାନେ ଇଂରେଜ ବିରୋଧରେ ଲଢ଼େଇ ଆରମ୍ଭ କଲେ । ଇଂରେଜମାନେ ନିର୍ମମ ଭାବରେ ଏହି ବିଦ୍ରୋହକୁ ଦମନ କରିଥିଲେ । ୧୮୧୭ରେ ଖୋର୍ଦ୍ଧା ରାଜା ମୁକୁନ୍ଦଦେବ ବନ୍ଦୀ ବେଳେ ମୃତୁ ବରଣ କଲେ ।

ଯଦିଓ ୧୬ଶ ଓ ୧୭ଶ ଶତାବ୍ଦୀରେ ଓଡ଼ିଶାର ବାହାର-ବାଣିଜ୍ୟ ଉନ୍ନତି ସାଧନ କରିଥିଲା, ତଥାପି କେଇ ବର୍ଷର ରାଜନୀତିକ ଅସ୍ଥିରତା ସକାଶେ ଅର୍ଥନୀତିର ପ୍ରଗତି ବାଧା ପାଇଥିଲା ।

ଇଂରେଜ ଶାସନ ସମ୍ପାଦନ କରନ୍ତୁ
୧୮୦୩ ବେଳକୁ ଇଂରେଜମାନେ ଓଡ଼ିଶା ଅଧିକାର କଲାବେଳକୁ ଓଡ଼ିଶାର ଏହି ଅର୍ଥନୀତିର ଅଧପତନ ଚରମ ସୀମାରେ ପହଞ୍ଚି ଥିଲା । ଇଂରେଜମାନେ ବନିକ ଥିଲେ, ତେଣୁ ଓଡ଼ିଶାକୁ ସେମାନେ ନିଜର କର ଆଦାୟର ମୁଖ୍ୟ ଭାବରେ ଗ୍ରହଣ କରି ୧୮୦୫ ମସିହା ବେଳକୁ ରେଗୁଲେସନ ଆକ୍ଟ (Regulation Act) ଓ ୧୮୦୮ରେ ଭୂରାଜସ୍ୱ ବନ୍ଦୋବସ୍ତ ପ୍ରଚଳନ କରିଥିଲେ । ୧୮୨୫ ବେଳକୁ ଏକାଧିକ ବନ୍ଦୋବସ୍ତ ପ୍ରଚଳନ ଫଳରେ ଓଡ଼ିଶା ଶିଳ୍ପ ଓ ବାଣିଜ୍ୟର ଧ୍ୱଂସ ସାଧନ ଲକ୍ଷ୍ୟରେ ଏଠାରୁ ବିଲାତକୁ କଞ୍ଚାମାଲ ନେଇ ସେଠାରୁ ଓଡ଼ିଶାକୁ କଳ କବଜା ଆମଦାନୀ ବାଣିଜ୍ୟ କାରବାର ଆରମ୍ଭ କରାଯାଇଥିଲା । ଏଠି ସହିତ ଲବଣ କର ଜନସାଧାରଣଙ୍କ ଉପରେ ଲାଗୁ କରାଯାଇଥିଲା ଯାହା ଓଡ଼ିଶାର ସାମାଜିକ ଓ ଅର୍ଥନୀତିର ମେରୁଦଣ୍ଡ ଭାଙ୍ଗି ଦେଇଥିଲା ।

ଇଂରେଜ ଅମଳରେ ସମଗ୍ର ଭାରତୀୟ ଉପମହାଦେଶରେ ମାରୁଆଡ଼ି ଓ ଗୁଜରାଟୀ ବେପାରୀ ଗୋଷ୍ଠୀର ଅଭୂଦୟ ହୋଇଥିଲା । ସେମାନେ ବିଶେଷ କରି ବଙ୍ଗାଳୀ ଓକିଲ ଓ ଅନ୍ୟ ବୁଦ୍ଧିଜୀବୀଙ୍କ ପ୍ରରୋଚନାରେ ଓଡ଼ିଶାର ବିଭିନ୍ନ ସ୍ଥାନରୁ କଞ୍ଚାମାଲ ସଂଗ୍ରହ କରି ଓଡ଼ିଶାର ଅର୍ଥନୀତିର ବଜାରକୁ ନିୟନ୍ତ୍ରଣ କରୁଥିଲେ । ଏଥିରେ ବିଦେଶୀମାନେ ହିଁ ଲାଭବାନ ହେଉଥିଲେ । [୧୦]

ନଅଙ୍କ ଦୁର୍ଭିକ୍ଷ ସମ୍ପାଦନ କରନ୍ତୁ
ଓଡ଼ିଶାର ଅର୍ଥନୀତି, ସାମାଜିକ ବିଧିବ୍ୟବସ୍ଥା, ଧାର୍ମିକ ବିଶ୍ୱାସର ଅଧପତନ ଘଟାଇବାକୁ ଚେଷ୍ଟିତ ଇଂରେଜ କମ୍ପାନୀ ସରକାର ୧୮୬୬ରେ ନଅଙ୍କ ଦୁର୍ଭିକ୍ଷ ସୃଷ୍ଟି କରିଥିଲେ । ଯାହାଫଳରେ ଓଡ଼ିଶାର ଦୁଇତୃତୀୟାଂଶ ଲୋକ ଖାଇବାକୁ ନ ପାଇ ପୋକମାଛି ପରି ମରିଗଲେ କିମ୍ବା କଲିକତାରେ ବିକ୍ରି ହେଲେ ।[୧୧]
© All Rights Reserved